ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଦୁର୍ଯ୍ୟନତ ଇଲା ଗ୍ରାମପଂଚାୟତରେ ବିଭିନ୍ନ ପ୍ରକାର ର ୧୫୦ (ଏକ ଶହ ପଚାଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, ୨୫ ଅଗଷ୍ଟ(ହି.ସ.) – ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଂଚାୟତ ସମିତି ଅନ୍ତର୍ଗତ ଦୁର୍ଜନତୈଲା ଗ୍ରାମପଂଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଆରକ୍ଷୀ ଅ
ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ଦୁର୍ଯ୍ୟନତ ଇଲା ଗ୍ରାମପଞ୍ଚାୟତ ରେ * ବିଭିନ୍ନ ପ୍ରକାର ର  ୧୫୦ ( ଏକ ଶହ ପଚାଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

ସୁବର୍ଣ୍ଣପୁର, ୨୫ ଅଗଷ୍ଟ(ହି.ସ.) – ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଂଚାୟତ ସମିତି ଅନ୍ତର୍ଗତ ଦୁର୍ଜନତୈଲା ଗ୍ରାମପଂଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ସର୍ବମୋଟ ୧୫୦ (ଏକ ଶହ ପଚାଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୨୩ (ଏକ ଶହ ତେଇଶି ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୭ (ସତେଇଶ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୧୦(ଦଶ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ବୀରମହାରାଜପୁର, ଶ୍ରୀ ପୁରୁଷୋତମ ଧାରୁଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ସୁରେନ୍ଦ୍ର ମେହେରଙ୍କ ସମେତ ତହସିଲଦାର, ବୀରମହାରାଜପୁର ତଥା ଜିଲ୍ଲା ପଂଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର/ଗୋପବନ୍ଧୁ/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande