ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଅତ୍ୟଧିକ ବର୍ଷା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର)କୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୦ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ୨ଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ସମୟରେ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୮ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଗୋଟିଏ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ