ସମ୍ବଲପୁର, ୨୬ ଅଗଷ୍ଟ (ହି.ସ.)- ମଙ୍ଗଳବାର ସକାଳ ୯ଟା ପର୍ଯ୍ୟନ୍ତ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ହିରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ପରେ ପୂର୍ବାହ୍ନ ୧୦ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଏବଂ ଅପରାହ୍ନ ୪ଟା ସୁଦ୍ଧା ଆଉ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଫଳରେ ଅପରାହ୍ନ ୪ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୨୧.୪୧ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି । ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୩.୧୧ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୦.୪୧ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ