ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କୋରାପୁଟ ଜିଲ୍ଲାର ଲମତାପୁଟରେ ସର୍ବାଧିକ ୧୦୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମାଲକାନଗିରି ଜିଲ୍ଲାର ମାଥିଲିରେ ୯୬.୦ ମି.ମି., ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୬୮.୦ ମି.ମି., ଗୁମ୍ମାରେ ୬୧.୦ ମି.ମି., ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ୬୦.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୫୫.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରାରେ ୫୧.୦ ମି.ମି., ଗଜପତି ଜିଲ୍ଲାର ଗୋଷାଣିରେ ୪୮.୦ ମି.ମି., ଜଗତସିଂହପୁର ଜିଲ୍ଲାର ରଘୁନାଥପୁରରେ ୪୧.୦ ମି.ମି., ଗଜପତି ଜିଲ୍ଲାର କାଶୀନଗରରେ ୪୦.୮ ମି.ମି., କଳାହାଣ୍ଡି ଜିଲ୍ଲାର କଲମପୁରରେ ୪୦.୦ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୩୮.୦ ମି.ମି. ଏବଂ କୋଟପାଡ଼ରେ ୩୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ