ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ.)- ୨୬ରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ୨୬ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ବାହାରେ ଏବଂ ଉତର ବଙ୍ଗୋପସାଗରରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ସେହିପରି ୨୮ରୁ ୩୦ ତାରିଖ ଓଡ଼ିଶା ଉପକୂଳ ଓ ବାହାରେ ଏବଂ ଉତର ବଙ୍ଗୋପସାଗରରେ ପବନର ବେଗ ଘଂଟା ପ୍ରତି ୩୫ରୁ ୪୫ କି.ମି. ଏବଂ ସ୍ଥଳ ବିଶେଷରେ ୫୫ କି.ମି.କୁ ଛୁଇଁପାରେ ।
୨୬ରୁ ୨୭ ତାରିଖ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବାର ସମ୍ଭାବନା ରହିଛି । ୨୮ରୁ ୩୦ ତାରିଖ ସମୁଦ୍ର ଅଶାନ୍ତ ରହିବ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ