ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅଗଷ୍ଟ ୩୦ ଯାଏଁ ବୃଦ୍ଧି
ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ.)- ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରି
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅଗଷ୍ଟ ୩୦ ଯାଏଁ ବୃଦ୍ଧି


ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ.)- ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି। ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି । ଚଳିତ ବର୍ଷ ମଧ୍ୟ ଉଭୟ ନୂତନ ଏବଂ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି । ସୂଚନାଯୋଗ୍ୟ ଯେ ଇଚ୍ଛୁକ ସାମ୍ବାଦିକମାନେ ଡବ୍ଲୁଡବ୍ଲୁଡବ୍ଲୁ.ଓଡବ୍ଲୁଜେଡବ୍ଲୁଏସ୍‌.ଓଡ଼ିଶାବ.ଜିଓଭି .ଇନ୍ ରେ ଆବେଦନ କରିପାରିବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande