ସମ୍ବଲପୁର, ୨୮ ଅଗଷ୍ଟ (ହି.ସ.)- ଗୁରୁବାର ଦିନ ୧୨ଟା ସୁଦ୍ଧା ୨ ସ୍ଲୁଇସ୍ ଗେଟ୍ ଦେଇ ହିରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ପରେ ଅପରାହ୍ନରେ ସେହି ଦୁଇଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି ।
ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୨୨.୪୭ ଫୁଟ୍ ରହିଛି । ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୮.୩୩ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୮.୦୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ତେବେ ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ