ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୭୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୮ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୭୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ଜୟପୁରରେ ୬୧.୩
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୭୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୮ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୭୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କୋରାପୁଟ ଜିଲ୍ଲାର ଜୟପୁରରେ ୬୧.୩ ମି.ମି., ବନ୍ଧୁଗାଁରେ ୪୩.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୪୧.୦ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୪୦.୦ ମି.ମି., କଟକ ଜିଲ୍ଲାର ନିଆଳିରେ ୩୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୩୪.୦ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୩୩.୨ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୩୧.୩ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୩୧.୦ ମି.ମି., କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ୨୭.୮ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୨୭.୦ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର (ପିଟିଓ)ରେ ୨୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande