ଭୁବନେଶ୍ୱର, ୨୮ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୯ ତାରିଖ ଅର୍ଥାତ୍ ଆସନ୍ତାକାଲି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ