ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବଲାଙ୍ଗିର ଜିଲ୍ଲାର ତୁରେଇକେଲାରେ ସର୍ବାଧିକ ୩୭.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଯାଜପୁର ଜିଲ୍ଲାର ବରୀରେ ୩୩.୨ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର (ପିଟିଓ)ରେ ୩୧.୦ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୨୮.୦ ମି.ମି., ବରଗଡ଼ ଜିଲ୍ଲାର ବରଗଡ଼ରେ ୨୭.୬ ମି.ମି., ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୨୬.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୨୫.୦ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୨୧.୮ ମି.ମି., ବରଗଡ଼ ଜିଲ୍ଲାର ପଦମପୁରରେ ୨୧.୦ ମି.ମି., ରାୟଗଡ଼ା ଜିଲ୍ଲାର ପଦ୍ମପୁରରେ ୨୧.୦ ମି.ମି., ବରଗଡ଼ ଜିଲ୍ଲାର ଭଟଲିରେ ୧୯.୪ ମି.ମି., ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୧୭.୦ ମି.ମି. ଏବଂ ନୂଆପଡ଼ା ଜିଲ୍ଲାର କୋମନାରେ ୧୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ