ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଆଗାମୀ ୬ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସପ୍ତମ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଆଗାମୀ ୬ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସପ୍ତମ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ ଗଜପତି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟାପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସେପ୍ଟେମ୍ବର ୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପ୍ଟେମ୍ବର ୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande