ଭୁବନେଶ୍ୱର, ୩ ଅଗଷ୍ଟ (ହି.ସ.)- ଚଳିତ ମୌସୁମୀ ଋତୁରେ, ଜୁନ୍ ୧ ତାରିଖ ଠାରୁ ଅଗଷ୍ଟ ୩ ତାରିଖ ସୁଦ୍ଧା ରାଜ୍ୟରେ ହାରାହାରି ୬୨୨.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ସ୍ୱାଭାବିକ୍ ବର୍ଷା ଠାରୁ ୬ ପ୍ରତିଶତ ଅଧିକ ରହିଛି । ଏହି ସମୟରେ ସ୍ୱାଭାବିକ୍ ବର୍ଷା ୫୮୬.୩ ମି.ମି ରହିଥାଏ ।
ଏହି ଅବଧି ମଧ୍ୟରେ ୮ ଜିଲ୍ଲାରେ ଅତ୍ୟଧିକ, ୧୮ ଜିଲ୍ଲାରେ ସ୍ୱାଭାବିକ୍ ବର୍ଷା ଏବଂ ୪ ଜିଲ୍ଲାରେ ନିଅଂଟିଆ ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ