ରେଳ କର୍ମଚାରୀଙ୍କ ମୃତ୍ୟୁ ନେଇ ଦୁଃଖ ପ୍ରକାଶ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଅଞ୍ଚଳରେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ରେଳବାଇ କର୍ମଚାରୀଙ୍କ ମୃତ୍ୟୁ ହେବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେ
ରେଳ କର୍ମଚାରୀଙ୍କ ମୃତ୍ୟୁ ନେଇ ଦୁଃଖ ପ୍ରକାଶ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଅଞ୍ଚଳରେ ଏକ

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ରେଳବାଇ କର୍ମଚାରୀଙ୍କ ମୃତ୍ୟୁ ହେବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଅଞ୍ଚଳରେ ଏକ

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଭାରତୀୟ ରେଳରେ କି-ମ୍ୟାନ୍ ଭାବେ କାର୍ଯ୍ୟରତ ଥିବା ଇଟୁଆ ଓରାମଙ୍କ

ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ସ୍ଵର୍ଗତ ଇଟୁଆଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ

ପାଇଁ ରାଜ୍ୟ ସରକାର ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ମୁଁ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର

ପ୍ରିୟଜନଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande