ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୩ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବରଗଡ଼ ଜିଲ୍ଲାର ଅତାବିରାରେ ୫
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୩ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବରଗଡ଼ ଜିଲ୍ଲାର ଅତାବିରାରେ ୫୩.୦ ମି.ମି., ପୁରୀ ଜିଲ୍ଲାର ପିପିଲିରେ ୫୨.୨ ମି.ମି., ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା (ପିଟିଓ)ରେ ୪୮.୦ ମି.ମି., ଯାଜପୁର ଜିଲ୍ଲାର ବରୀରେ ୩୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିରେ ୩୮.୨ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୩୮.୨ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୩୬.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ା(ପିଟିଓ)ରେ ୩୫.୪ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୩୦.୦ ମି.ମି., ପାପଡାହାଣ୍ଡିରେ ୩୦.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ରେ ୨୯.୦ ମି.ମି. ଏବଂ ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳ(ପିଟିଓ)ରେ ୨୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande