ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ – ବିଜେପି
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ ବିରୋଧୀ ଦଳ ଦ୍ୱାରା ଅଭିଯୋଗକୁ ନେଇ ବିଜେପି ପ୍ରତିକ୍ରିୟା ଦେଇଛି। ବିଜେପିର ପ୍ରବକ୍ତା ମନୋଜ ମହାପାତ୍ର କହିଛନ୍ତି ଯେ ଶାଗୁଣା ଯେମିତି ଶବକୁ ଚାହିଁ ବସିଥାଏ । ସେମିତି ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ । ଏହା ହୀନ ରାଜନୀତି ।
ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ – ବିଜେପି


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.) ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ ବିରୋଧୀ ଦଳ ଦ୍ୱାରା ଅଭିଯୋଗକୁ ନେଇ ବିଜେପି ପ୍ରତିକ୍ରିୟା ଦେଇଛି।

ବିଜେପିର ପ୍ରବକ୍ତା ମନୋଜ ମହାପାତ୍ର କହିଛନ୍ତି ଯେ ଶାଗୁଣା ଯେମିତି ଶବକୁ ଚାହିଁ ବସିଥାଏ । ସେମିତି ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ । ଏହା ହୀନ ରାଜନୀତି । ଶାଗୁଣା ପ୍ରକୃତିର ଲୋକ ଏଭଳି ରାଜନୀତି କରନ୍ତି । ଏଭଳି ସ୍ଥିତିରେ ବିଜେଡ଼ି ଓ କଂଗ୍ରେସ ରାଜନୀତି କରନ୍ତୁ ନାହିଁ । ଯେଉଁମାନେ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରୁଛନ୍ତି, ସେମାନେ ଓଡ଼ିଶାର ଡେମୋଗ୍ରାଫି ଜାଣିନାହାନ୍ତି । ଓଡ଼ିଶା ୟୁପି କି ବିହାର ନୁହେଁ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୌଣସି ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ପାଇଁ ଏୟାର ଲିଫ୍ଟ କରିଥିଲେ କି ? ପ୍ରମିଳା ମଲ୍ଲିକଙ୍କ ଘରେ ଜଣେ ମରି ଯାଇଥିଲେ । ତା ଉପରେ କହିବେ କି ? ଟିକୁନି ସାହୁ ନିଜ ସ୍ଵାମୀଙ୍କ ହତ୍ୟା ପରେ କେଉଁ ଲାଭ ଲୋଭ ଉପରେ ଚୁପ୍ ରହିଥିଲେ । ଲେଖାଶ୍ରୀଙ୍କୁ ଅଭ୍ୟାସ ଗତ ବିରୋଧୀ ବୋଲି କହିଲେ ମନୋଜ ।

ସେ କହିଛନ୍ତି ଯେ କିଛି ଲୋକ ନ୍ୟାୟିକ ତଦନ୍ତ କଥା କହୁଛନ୍ତି । କିନ୍ତୁ କଳିଙ୍ଗ ନଗର ଗୁଳିକାଣ୍ଡ ଘଟଣାରେ ନ୍ୟାୟିକ ତଦନ୍ତ ହେବା ପରେ କଣ ରିପୋର୍ଟ ଆସିଲା । କେହି ଜଣେ ହେଲେ ଧରା ପଡ଼ିଲେ କି ? 14 କୋଟି ଟଙ୍କା ନ୍ୟାୟିକ କମିଶନ ତଦନ୍ତରେ ଖର୍ଚ୍ଚ ହେଲା । ତେଣୁ ବିରୋଧୀ ଦଳ ଯାହା କହୁଛନ୍ତି, ବୁଝି ବିଚାରି କୁହନ୍ତୁ ।

ସେ କହିଛନ୍ତି ଯେ, ରାଜ୍ୟ ସରକାର ବଳଙ୍ଗା ପୀଡ଼ିତାଙ୍କୁ ତୁରନ୍ତ ଏମ୍ସରେ ଚିକିତ୍ସା ବ୍ୟବସ୍ଥା କଲେ । ଉତ୍ତମ ଚିକିତ୍ସା ପାଇଁ ଏୟାର ଲିଫ୍ଟ କରି ଦିଲ୍ଲୀ ପଠାଇଲେ । କିନ୍ତୁ ଦୁର୍ଭାଗ୍ୟ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ଏ ଘଟଣାରେ ସମସ୍ତେ ଦୁଃଖିତ । ପୀଡ଼ିତାଙ୍କ ବାପା କହିଛନ୍ତି, ରାଜ୍ୟ ସରକାରଙ୍କ ସହାୟତାରେ ସେମାନେ ଖୁସି । କିନ୍ତୁ ଏଭଳି ସ୍ଥିତିରେ ବିରୋଧୀ ମାନେ ରାଜନୀତି କରୁଛନ୍ତି । ଯେତେବେଳେ ବଳଙ୍ଗା ପୀଡ଼ିତା ଭୁବନେଶ୍ଵର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ରାଜନୀତି କରିବା ପାଇଁ ପ୍ରତିଯୋଗିତା କରୁଥିଲେ । ଅନ୍ୟ ରୋଗୀ ହଇରାଣ ହେଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande