ଭୁବନେଶ୍ୱର, ୪ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨ ଦିନ (୪ ଓ ୫ ତାରିଖ)ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଅଗଷ୍ଟ ୬ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ