ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଅଭିଯୋଗ
ଖୋର୍ଦ୍ଧା, ୪ ଅଗଷ୍ଟ (ହି.ସ.) - ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣକ୍ଷଣି ଶିବିର ସୋମବାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷ
ଅଭିଯୋଗ


ଖୋର୍ଦ୍ଧା, ୪ ଅଗଷ୍ଟ (ହି.ସ.) - ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣକ୍ଷଣି ଶିବିର ସୋମବାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସକ୍ଷଗରିକା ନାଥ, ବନଖଣ୍ଡ ଅଧିକାରୀ, ଲାଡେ ଗଜାନନ୍ ଦୟାନନ୍ଦ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା । ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ , ଉପ ଜିଲ୍ଲାପାଳ କିଶୋର କୁମାର ପଣ୍ଡା , ଡେପୁଟି କଲେକ୍ଟର , ଜରୁରୀ, ଶ୍ରୀତପା ମିଶ୍ର,ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ୱରୀ କଅଁର ଯୋଗଦେଇଥିଲେ କ୍ଷ ଆଜିର ଅଭିଯୋଗ ଶିବିରକୁ ମୋଟ ୧୧୨ଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୦୩ଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୯ ଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା । ସମସ୍ତ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇ ସେଗୁଡିକୁ ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜରୁରୀ ସ୍ୱାସ୍ଥ୍ୟ ସେବା ଜନିତ ୦୨ଜଣ ଅଭିଯୋଗ କାରୀଙ୍କ ଦରଖାସ୍ତକୁ ବିଚାର କରାଯାଇ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ନିରଞ୍ଜନ ସାମଲ, ବିର ଭୁଆସୁଣୀ, ବଡକୁମାରୀ ଗ୍ରାମ ପଂଚାୟତ, ଖୋର୍ଦ୍ଧା ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ହଜାର ଏବଂ ମନୋରମା ଭୂୟାଁ, ସାନପଲା ,ଖୋର୍ଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ୧୦ ହଜାର ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ପ୍ରଦାନ କରିଥିଲେ । ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ,ଇଂ ଶିବ ଲାଲ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ,ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ , ନିର୍ବାହୀ ଅଧିକାରୀ, ଖୋର୍ଦ୍ଧା ପୌର ପରିଷଦ ରିଜ୍ୱାନା କଅକବ, ମଣ୍ଡଳ ଉନ୍ନୟନ ଅଧିକାରୀ, ଖୋର୍ଦ୍ଧା, କ୍ଷୀରାଦ୍ୱ୍ୱି ତନୟା ସାହୁ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଳେନ୍ଦୁ ନାୟକ , ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ , ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ଗୀତାଂଶୁ ଦାଶ , ମୁଖ୍ୟ ଜିଲ୍ଲା ପଶୁ ଚିକିତ୍ସା ଅଧିକାରୀ ଡାକ୍ତର ରବି ପଟ୍ଟନାୟକ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା କ୍ରୀଡ଼ା ଅଧିକାରୀ ଗୀତାଞ୍ଜଳୀ ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣୀଶ୍ରୀ ପଟ୍ଟନାୟକ ଙ୍କ ସମେତ ବି ଡି ଓ ଏବଂ ତହସିଲଦାର ଓ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଂଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ । ବାଣୀଶ୍ରୀ ପଟ୍ଟନାୟକ ଙ୍କ ସମେତ ବି ଡି ଓ ଏବଂ ତହସିଲଦାର ଓ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଂଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande