ସମ୍ବଲପୁର, ୪ ଅଗଷ୍ଟ (ହି,ସ) - ଆଜି ମାନେଶ୍ୱର ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଏବଂ ସମ୍ବଲପୁର ଏସ.ପି ଙ୍କର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୨୩ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୧୭ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୩ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା। ୫ ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଗଲା। ରେଡକ୍ରସ ଅଧିନରେ ୩ ଜଣ ବ୍ୟକ୍ତିଙ୍କୁ ସମୁଦାୟ ୧୭,୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି।
ହିନ୍ଦୁସ୍ଥାନ ସମାଚାର / ଶୈଳେଶ