ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ।
ମୋଟ ୨୬୧ଗୋଟି ଅଭିଯୋଗର ହେଲା ଶୁଣାଣି
ବାରିପଦା: , 4 ଅଗଷ୍ଟ (ହି.ସ.) ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ମୟୂରଭଞ୍ଜ ଜ଼ିଲ୍ଲାର ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମ କାନ୍ତ ସୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଥିଲା । ଉକ୍ତ
ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପଲ୍ଲୀ ., ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଆଧୀକାରୀ ଧର୍ମାନନ୍ଦ ବେହେରା, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ।
ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡ ର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।
ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୬୧ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା ।
ଉକ୍ତ ୨୬୧ଗୋଟି ଅଭିଯୋଗ ମଧ୍ୟରୁ ୨୩୦ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧିତ ଥିବାବେଳେ, ୩୧ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା। ୦୯ଟି ଆପତ୍ତିର ତତ୍କାଳ ସମାଧାନ ହୋଇଥିଲା।
ଅଭିଯୋଗ ର ଗୁରୁତ୍ୱ କୁ ବିଚାର କରି ଜିଲ୍ଲାପାଳ ୫ଜଣ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୫,୦୦୦/-ଟଙ୍କା ଏବଂ ୪ଜଣଙ୍କୁ ରେଡ କ୍ରସ ପାଣ୍ଠି ରୁ ୨୫,୦୦୦/-ଟଙ୍କା ମଂଜୁର କରିଛନ୍ତି।
ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।
ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ଦିଲ୍ଲୀପ