କେନ୍ଦ୍ରାପଡା, ୪ ଅଗଷ୍ଟ (ହି.ସ.)- କେନ୍ଦ୍ରାପଡା ପୈାରାଂଚଳ ଅନ୍ତର୍ଗତ ସାନ୍ତସାହିଠାରେ ଥିବା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ବିଜ୍ଞାନ ମେଳାରେ ଗଣିତ ଓ ସଂସ୍କୃତି ବିଭାଗରେ ମୋଟ୍ ୨୧୦ ଜଣ ପ୍ରତିଯୋଗୀ ଶିଶୁ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ମନୋଜ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟିର ସଂପାଦକ ହିମାଂଶୁ ଶେଖର ଦାଶ, ସଭାପତି ଗିରିଶ ଚନ୍ଦ୍ର କରଙ୍କ ଉପସ୍ଥିତିରେ ଅବସରପ୍ରାପ୍ତ ଜିଲ୍ଲା ବିଜ୍ଞାନ ପରିଦର୍ଶକ ନିଶିତ୍ ବାରିକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ବିଜ୍ଞାନ ପରିଦର୍ଶକ ପିତବାସ ପଣ୍ଡା ଯୋଗଦେଇ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ । ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଚାର୍ଯ୍ୟ ଭିକାରୀ ଚରଣ ପ୍ରଧାନ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ନିର୍ବାହ କରିଥିବାବେଳେ ବରିଷ୍ଠ ଆଚାର୍ଯ୍ୟ ସସ୍ମିତାଞ୍ଜଳୀ କର ମଂଚ ପରିଚାଳନା କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ରବି