ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ସୁବାସ ପାଣିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ସୁବାସ ପାଣିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ତଥା ବି
ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ସୁବାସ ପାଣିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ସୁବାସ ପାଣିଙ୍କ ଦେହାନ୍ତରେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ

ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ସୁବାସ ପାଣିଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ

ଓ ମର୍ମାହତ । ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର

ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ

ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande