ଭୁବନେଶ୍ୱର, 4 ଅଗଷ୍ଟ (ହି.ସ.)- ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କର ବିୟୋଗରେ
ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୋକପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ
ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କର
ବିୟୋଗ ଖବର ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦ୍ଗତି
କାମନା କରିବା ସହ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି। ଓଁ ଶାନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା