ଅପାରଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.) - କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାହାର ତଥ୍ୟ ମାଗିଲେ ରାଜ୍ୟ ସରକାର । ଏ ନେଇ ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଦପ୍ତରରୁ କରାଯାଇଛି
ଅପାରଗ ଅଧିକାରୀଙ୍କୁ     ଚାକିରିରୁ ବାଧ୍ୟତାମୂଳକ ଅବସର


ଭୁବନେଶ୍ୱର, 5 ଅଗଷ୍ଟ (ହି.ସ.)

- କେଉଁ

ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାହାର ତଥ୍ୟ

ମାଗିଲେ ରାଜ୍ୟ ସରକାର । ଏ ନେଇ ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଦପ୍ତରରୁ କରାଯାଇଛି

ଚିଠି । ୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ଦିଆଯାଇଛି ନିର୍ଦ୍ଦେଶ । ମୁଖ୍ୟ

ଶାସନ ସଚିବଙ୍କ ଦପ୍ତର ପକ୍ଷରୁ ଲେଖା ଯାଇଛି ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର

ଟିକିନିଖି ସମୀକ୍ଷା କରାଯିବ । ଯେଉଁମାନେ ସରକାରଙ୍କ ନିୟମ ଅନୁଯାୟୀ କାର୍ଯ୍ୟ ସମ୍ପାଦନା କରୁ

ନାହାନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ ।

ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ର ସର୍କୁଲାର ଅନୁଯାୟୀ, ସମ୍ପୃକ୍ତ ଅପାରଗ ଅଧିକାରୀଙ୍କୁ ଚାକିରିରୁ

ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବା

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande