ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୭୫.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୫ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୭୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ଶୁ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୭୫.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୫ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୭୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୩୨.୦ ମି.ମି., ମୋରଡ଼ାରେ ୩୧.୦ ମି.ମି., ଗଜପତି ଜିଲ୍ଲାର କାଶୀନଗରରେ ୨୭.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୨୬.୪ ମି.ମି., ବଣାଇଗଡ଼ରେ ୨୫.୮ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ ୨୫.୬ ମି.ମି., ବେତନଟିରେ ୨୪.୦ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୨୧.୦ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୧୯.୦ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୧୮.୨ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୧୭.୫ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟାରେ ୧୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande