ଭୁବନେଶ୍ୱର,୦୬ ଅଗଷ୍ଟ (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ ନୂଆଦିଲ୍ଲୀ ଠାରେ କେନ୍ଦ୍ର ଭାରୀ ଶିଳ୍ପ ଓ ସାର୍ବଜନୀନ ଉଦ୍ୟୋଗ ଏବଂ ଇସ୍ପାତ ମନ୍ତ୍ରୀ ଏଚ୍.ଡି. କୁମାରସ୍ୱାମୀଙ୍କୁ ଭେଟିଛନ୍ତି।
ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଭାରୀ ଶିଳ୍ପ ଓ ସାର୍ବଜନୀନ ଉଦ୍ୟୋଗ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍.ଡି. କୁମାରସ୍ୱାମୀଙ୍କ ସହ ସାକ୍ଷାତ କଲି । ଏହି ଅବସରରେ ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ବିକାଶ , ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ଏବଂ ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଓ ନିଯୁକ୍ତି ସୃଷ୍ଟି ଆଦି ବିଷୟରେ ଆଲୋଚନା କରିଥିଲି। ଏହା ସହ ତାଙ୍କୁ 'ଭିଜନ ଓଡ଼ିଶା ୨୦୩୬ । ୨୦୪୭' ପ୍ରଦାନ କରିଥିଲି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା