ଭୁବନେଶ୍ୱର,୦୬ ଅଗଷ୍ଟ (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ ନୂଆଦିଲ୍ଲୀ ଠାରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି।
ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା