ଜୟପୁର, ୬ ଅଗଷ୍ଟ (ହି.ସ.) - ଜୟପୁର ସଦର ଥାନା ଅନ୍ତର୍ଗତ ଘାସିଗୁଡା ଜଙ୍ଗଲରେ ଆଜି ଅପରାହ୍ନ ୨ଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୪ ଶହ ଲିଟର ପୋଚ ଓ ୬୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ତରଫରୁ ସୁଚନା ଦିଆଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପିକେପି