ଭୁବନେଶ୍ୱର, ୭ ଅଗଷ୍ଟ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, କଟକ, ଗଜପତି, ରାୟଗଡ଼ା । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୮ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୯ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ