ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା :  ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୭ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ନବରଙ୍ଗପୁର ଜିଲ୍ଲାର ରାଇଘର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା :  ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୭ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ସର୍ବାଧିକ ୧୦୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ନବରଙ୍ଗପୁର ଜିଲ୍ଲାର ରାଇଘରରେ ୭୨.୦ ମି.ମି., ଅନୁଗୁଳ ଜିଲ୍ଲାର ଛେଣ୍ଡିପଦାରେ ୫୬.୪ ମି.ମି., ରାୟଗଡ଼ା ଜିଲ୍ଲାର କୋଲନାରାରେ ୫୫.୪ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୫୧.୦ ମି.ମି. କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୪୦.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ରେ ୩୯.୮ ମି.ମି., ଟାଙ୍ଗରପାଲିରେ ୩୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୩୭.୦ ମି.ମି., ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୩୬.୨ ମି.ମି., ରାୟଗଡ଼ା ଜିଲ୍ଲାର ରାୟଗଡ଼ା(ପିଟିଓ)ରେ ୩୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକୃଳିରେ ୩୫.୮ ମି.ମି. ଏବଂ କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୩୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande