ସ୍ତନ୍ୟପାନ ସମର୍ଥନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର, ୦୭ ଅଗଷ୍ଟ (ହି.ସ)- ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୫ ର ଶେଷ ଦିନରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ପାଳନ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମ
ସ୍ତନ୍ୟପାନ ସମର୍ଥନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ


ଭୁବନେଶ୍ୱର, ୦୭ ଅଗଷ୍ଟ (ହି.ସ)- ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୫ ର ଶେଷ ଦିନରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ପାଳନ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ରୂପେ ସଭାକୁ ସମ୍ବର୍ଦ୍ଧିତ କରି ରାଜ୍ୟରେ ସ୍ତନ୍ୟପାନ ପ୍ରଚାର, ସୁରକ୍ଷା ଓ ସମର୍ଥନ ପାଇଁ ଏକ ଦୃଢ, ସମଗ୍ର ଏବଂ ସମୁଦାୟ ଭାଗୀଦାରି ମାଧ୍ୟମରେ ପ୍ରତିବଦ୍ଧତା ବ୍ୟକ୍ତ କରିଛନ୍ତି।

ମା କ୍ଷୀର ଶିଶୁର ରୋଗ ପ୍ରତିରୋଧକ ଶକ୍ତି ବଢାଉଛି । ସତପ୍ରତିଶତ ସ୍ତନ୍ୟପାନ ପାଇଁ ମା ମାନେ ସଂକଳ୍ପ ନେବା ପାଇଁ ମନ୍ତ୍ରୀ ଡ଼ ମହାଲିଙ୍ଗ ଅନୁରୋଧ କରିଥିଲେ । ଅଗଷ୍ଟ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ପାଳିତ ହେଉଥିବା ବିଶ୍ୱ ସ୍ତନ୍ୟପାନ ସପ୍ତାହ ସାରା ବିଶ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ, ଯାହା ଦ୍ୱାରା ସ୍ତନ୍ୟପାନ ଅଭିଯାନରେ ନୂତନ ଉତ୍ସାହ ଅଣାଯାଇହେବ ସେ କହିଛନ୍ତି । ସ୍ୱାସ୍ଥ୍ୟ, ସଂସ୍ଥାନ ଉଭୟ ସ୍ତରରେ ମା ମାନଙ୍କୁ ସମର୍ଥନ ଦେବା ଦ୍ୱାରା ଏହି ଲକ୍ଷ୍ୟକୁ ପୂରଣ କରିପାରିବା ବୋଲି ସେ କହିଛନ୍ତି ।

ସୂଚନା ଅନୁସାରେ, ଶତକଡା ୬୮.୫୬ ପ୍ରତିଶତ ମାଆ ଜନ୍ମ ପରେ ପ୍ରଥମ ଘଣ୍ଟା ମଧ୍ୟରେ ସ୍ତନ୍ୟପାନ ଆରମ୍ଭ କରନ୍ତି । ଶତକଡା ୭୨.୯ ପ୍ରତିଶତ ଶିଶୁ ଜନ୍ମ ପରେ ପ୍ରଥମ ଛଅ ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନ କରନ୍ତି । ଶତକଡା ୬୭.୫ ପ୍ରତିଶତ ଶିଶୁ ଛଅ ମାସ ପରେ ସ୍ତନ୍ୟପାନ ସହିତ ପୂରକ ଖାଦ୍ୟ ଆରମ୍ଭ କରନ୍ତି ।

ଏହି ଅବସରରେ ବ୍ୟାପକ ସ୍ତନ୍ୟପାନ ପରିଚାଳନା କେନ୍ଦ୍ର , ସ୍ତନ୍ୟପାନ ପରିଚାଳନା କେନ୍ଦ୍ର, ଶିଶୁଙ୍କ ପାଇଁ ଉପଲବ୍ଧ ଶ୍ରେଷ୍ଠ ପ୍ରୟାସିତ ହସ୍ପିଟାଲ , ପୃଷ୍ଟି ପୁନର୍ବାସ କେନ୍ଦ୍ର ରେ ଶ୍ରେଷ୍ଠ ପୁରସ୍କୃତ ମେଡିକାଲ କୁ ସମ୍ବର୍ଦ୍ଧିତ କରିଥିଲେ ।

ଏହି ଉତ୍ସବ ରେ ସ୍ୱତନ୍ତ୍ର ସଚିବ ଡା. ବିଜୟ କୁମାର ମହାପାତ୍ର , ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର , ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ରାଜ୍ୟଶ୍ରୀ ପଟ୍ଟନାୟକ, ରାଜ୍ୟ ସ୍ୱାସ୍ଥ୍ୟ ସମ୍ବଳ କେନ୍ଦ୍ର ଟିମ ମୁଖ୍ୟ ଡା. ଦୀନବନ୍ଧୁ ସାହୁ , ଅତିରିକ୍ତ ନିର୍ଦ୍ଦେଶକ ଡା. ଆଦିତ୍ୟ ମହାପାତ୍ର, ଯୁଗ୍ମ ନିର୍ଦ୍ଦେଶକ ଡା. ସ୍ମୃତିଜିତ ପଟ୍ଟନାୟକ ଏବଂ ୟୁନିସେଫର ସୌରଭ ଭଟ୍ଟାଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande