ଭୁବନେଶ୍ୱର, 7 ଅଗଷ୍ଟ (ହି.ସ.)- ପୂର୍ବତନ ଉପବାଚସ୍ପତି ଶ୍ରୀ ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତରେ
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ
ଜୁଏଲ ଓରାମ କହିଛନ୍ତି ଯେ, ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ତଥା ବିଧାନସଭାର ପୂର୍ବତନ
ଉପବାଚସ୍ପତି ଶ୍ରୀ ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ
ଦୁଃଖିତ ଓ ମର୍ମାହତ ।
କେନ୍ଦ୍ରମନ୍ତ୍ରୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ
ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଓଁ ଶାନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା