ଭୁବନେଶ୍ୱର, 7 ଅଗଷ୍ଟ (ହି.ସ.)- ପୂର୍ବତନ
ଉପବାଚସ୍ପତି ଶ୍ରୀ ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତରେ ଉପମୁଖ୍ୟମନ୍ତ୍ରୀ କେଭି
ସିଂହଦେଓ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି
ଯେ, ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ତଥା ବିଧାନସଭାର ପୂର୍ବତନ ଉପବାଚସ୍ପତି ଶ୍ରୀ ବିଭୁତି
ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର
ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି। ଓଁ
ଶାନ୍ତି!
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା