ଭୁବନେଶ୍ୱର, 7 ଅଗଷ୍ଟ (ହି.ସ.)- ବରିଷ୍ଠ
ରାଜନେତା ଶ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ପୂର୍ବତନ ମନ୍ତ୍ରୀ, ପୂର୍ବତନ
ଉପବାଚସ୍ପତି ତଥା ବରିଷ୍ଠ ରାଜନେତା ଶ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ଖବର ପାଇ
ମୁଁ ଅତ୍ୟନ୍ତ ଦୁଃଖିତ । ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦ୍ଗତି ପାଇଁ କାମନା କରିବା ସହ
ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି l
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା