ଭୁବନେଶ୍ୱର, ୮ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲା (କେନ୍ଦୁଝର, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୯ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଓ ୧୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଭୀଷଣ ବର୍ଷା ନେଇ ୧୩ ତାରିଖରେ ୯ ଜିଲ୍ଲା ଓ ୧୪ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ