ଭୁବନେଶ୍ୱର, ୯ ଅଗଷ୍ଟ (ହି.ସ.)- ଆଗାମୀ ୬ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ଦିନ ଅର୍ଥାତ୍ ୧୫ ତାରିଖ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(ନୟାଗଡ଼, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୧୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ ଓ ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୧୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ ଓ ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଭୀଷଣ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ