ଆସନ୍ତା ୧୨ ଓ ୧୩ ତାରିଖରେ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୯ ଅଗଷ୍ଟ (ହି.ସ.)- ଆସନ୍ତା ୧୨ ଓ ୧୩ ତାରିଖରେ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ଦକ୍ଷିଣ ଓଡ଼ିଶା ଉପକୂଳ ଓ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯି
ଆସନ୍ତା ୧୨ ଓ ୧୩ ତାରିଖରେ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୯ ଅଗଷ୍ଟ (ହି.ସ.)- ଆସନ୍ତା ୧୨ ଓ ୧୩ ତାରିଖରେ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ଦକ୍ଷିଣ ଓଡ଼ିଶା ଉପକୂଳ ଓ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande