ଭୁବନେଶ୍ୱର, ୧ ସେପ୍ଟେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା, ଅନ୍ୟ କେତେକ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲା( ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟାପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଭୀଷଣରୁ ଅତିଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣରୁ ଅତିଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ