ଭଦ୍ରକ, ୧ ସେପ୍ଟେମ୍ବର (ହି.ସ.) - ଭଦ୍ରକ ପୌରାଂଚଳ ଅନ୍ତର୍ଗତ ଚରମ୍ପା ମହାୱର-ଭବନରେ ବରିଷ୍ଠ ସାମ୍ବାଦିକ ସଞ୍ଜୟ ଦାସଙ୍କ ମାତୃଦେବୀ ସ୍ୱର୍ଗତ କୁସୁମଲତା ଦାସଙ୍କ ଏକାଦଶାହ କ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଜୁ ଜନତା ଦଳର ରାଜ୍ୟ ବରିଷ୍ଠ ଉପସଭାପତି ଓ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଯୋଗଦେଇ ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ, ଭଦ୍ରକ ପୌରାଦ୍ଧକ୍ଷା ଗୁଲମକ୍କି ହବିବ, ଭଦ୍ରକ ପୌରପାଳିକା ୱାର୍ଡ ନମ୍ବର ୫ ର ପାରିଷଦ ଦିଲ୍ଲୀପ ନାୟକ, ଯୁବ ସାମ୍ବାଦିକ ପାର୍ଥସାରଥୀ ନାୟକ ଓ ମାନସ ପଣ୍ଡା, ବିଜୁ ଯୁବ ଜନତା ଦଳର ପୂର୍ବତନ ରାଜ୍ୟ ସମ୍ପାଦକ ବିକାଶ ଶ୍ରେଷ୍ଠା, ପୂର୍ବତନ ଜିଲ୍ଲା ସାଧାରଣ ସମ୍ପାଦକ ସୁବ୍ରତ କୁମାର ଦାସ, ଯୁବନେତା ନାସିରୁଦ୍ଧିନ ଖାନ, ଦେବାଶିଷ ଭାରତୀ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ଅତିଥିବୃନ୍ଦ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ