ଭୁବନେଶ୍ୱର, ୧ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ସର୍ବାଧିକ ୯୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କଟକ ଜିଲ୍ଲାର ବାଙ୍କୀରେ ୯୫.୦ ମି.ମି., ନରାଜରେ ୮୪.୮ ମି.ମି., ମୁଣ୍ଡୁଳିରେ ୭୦.୦ ମି.ମି., ନରସିଂହପୁରରେ ୬୪.୦ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୫୫.୮ ମି.ମି., ଅନୁଗୁଳ ଜିଲ୍ଲାର ଛେଣ୍ଡିପଦାରେ ୫୨.୬ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୪୭.୨ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୪୪.୨ ମି.ମି., କନ୍ଧମାଳ ଜିଲ୍ଲାର ରାଇକିଆରେ ୪୩.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ୪୩.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀରେ ୪୦.୦ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ଚାନ୍ଦବାଲିରେ ୩୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ