ବଲାଙ୍ଗୀର, ୦୧ ସେପ୍ଟେମ୍ବର(ହି.ସ.) – ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଟିଟିଲାଗଡ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା, ଟିଟିଲାଗଡ ଉପଜିଲ୍ଲାପାଳ ଶ୍ରୀ ପଦ୍ମନାଭ ସାମନ୍ତରାଏ ଓ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ତରଣି ସୁନା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ସର୍ବମୋଟ ୩୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୪ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୬ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା ଓ ତନ୍ମଧ୍ୟରୁ ୦୩ ଗୋଟି ଅଭିଯୋଗ ପତ୍ର ଅଭିଯୋଗ ଶୁଣାଣି ସମୟରେ ତୁରନ୍ତ ଫାଇସଲା ବା ସମାଧାନ କରାଯାଇଥିଲା। ଅବଶିଷ୍ଟ ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ଟିଟିଲାଗଡ ଶ୍ରୀ ଚନ୍ଦ୍ରମଣି ନାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।
ହିନ୍ଦୁସ୍ଥାନ ସମାଚାର/ଗୋପବନ୍ଧୁ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ