ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, 10 ସେପ୍ଟେମ୍ବର (ହି.ସ.) - ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ପୁଣି ଦୋହରାଇବା ସହ ଦୁଇ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି
ଭାରତ-ଆମେରିକା ସମ୍ପର୍କର     ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ, 10 ସେପ୍ଟେମ୍ବର (ହି.ସ.)

- ପ୍ରଧାନମନ୍ତ୍ରୀ

ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଭାରତ-ଆମେରିକା

ସମ୍ପର୍କର ଦୃଢ଼ତାକୁ ପୁଣି ଦୋହରାଇବା ସହ ଦୁଇ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା

ଉପରେ ବିଶ୍ୱାସ ପ୍ରକାଶ

କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଉଭୟ ରାଷ୍ଟ୍ର ନିଜ ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବାକୁ ଏକାଠି କାମ କରିବେ ।

ଆମେରିକା ରାଷ୍ଟ୍ରପତିଙ୍କର

ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି;“ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ୱାଭାବିକ ଅଂଶୀଦାର । ମୁଁ ନିଶ୍ଚିତ ଯେ ଆମର

ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀତାର ଅସୀମ ସମ୍ଭାବନାକୁ ଉନ୍ମୁକ୍ତ କରିବା ପାଇଁ ପଥ

ପ୍ରଶସ୍ତ କରିବ । ଆମ ଟିମ୍ ଏହି ଆଲୋଚନାକୁ ଯଥାଶୀଘ୍ର ଶେଷ କରିବାକୁ କାର୍ଯ୍ୟ କରୁଛନ୍ତି । ମୁଁ

ମଧ୍ୟ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେବାକୁ

ଉତ୍ସାହିତ ଅଛି । ଆମେ ଉଭୟ ଦେଶର ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବା ପାଇଁ ଏକାଠି କାମ କରିବୁ।”

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande