ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ତିନି ଦିନ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ଚେତାବନୀ ରହିଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୧୨ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (କୋରାପୁଟ, ମାଲକାନଗିରି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୩ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ଓ ୧୭ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ