ଜୟପୁର, ୧୧ ସେପ୍ଟେମ୍ବର (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣିପୁଟ ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ଚଢଉ ହୋଇଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୮ ଶହ ଲିଟର ପୋଚ ଓ ୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶରି ହିରଣ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି