ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ସର୍ବାଧିକ ୫୧.୮ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ସର୍ବାଧିକ ୫୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୪୫.୩ ମି.ମି., ଶୁକୃଳିରେ ୪୪.୯ ମି.ମି., କେନ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ସର୍ବାଧିକ ୫୧.୮ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ସର୍ବାଧିକ ୫୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୪୫.୩ ମି.ମି., ଶୁକୃଳିରେ ୪୪.୯ ମି.ମି., କେନ୍ଦୁଝର ଜିଲ୍ଲାର ଚମ୍ପୁଆରେ ୪୨.୬ ମି.ମି., ଯୋଡ଼ାରେ ୩୫.୧ ମି.ମି., ରାୟଗଡ଼ା ଜିଲ୍ଲାର କାଶିପୁରରେ ୩୩.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବରଗାଁରେ ୨୮.୬ ମି.ମି., ବାଲିଶଙ୍କରରେ ୨୪.୦ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୨୩.୦ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୨୨.୦ ମି.ମି., କେ. ନୂଆଗାଁରେ ୨୦.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ୧୯.୫ ମି.ମି. ଏବଂ କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande