ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ସମ୍ପନ୍ନ
ପୁରୀ, ୧୧ ସେପ୍ଟେମ୍ବର (ହି.ସ.)- ଆଶ୍ୱିନ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କ
ଶ୍ରୀମନ୍ଦିର


ପୁରୀ, ୧୧ ସେପ୍ଟେମ୍ବର (ହି.ସ.)- ଆଶ୍ୱିନ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିଥିଲେ ।

ଶ୍ରୀଜୀଉଙ୍କ ବନକ ଲାଗି ତଥା ଶ୍ରୀମୁଖ ଶୃଙ୍ଗାରରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥିଲା । ବନକଲାଗି ଶ୍ରୀଜୀଉଙ୍କ ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିଥିଲା । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ଅନୁଷ୍ଠିତ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande