ଭୁବନେଶ୍ୱର, ୧୨ ସେପ୍ଟେମ୍ବର (ହି.ସ.)- ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ତିନି ଦିନ କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ଚେତାବନୀ ରହିଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଅନ୍ୟ ୨୧ ଜିଲ୍ଲାକୁ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଥିବା ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୧୨ ସେ.ମି.ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା (କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୪ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।୧୭ ଓ ୧୮ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ