ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୨ ସେପ୍ଟେମ୍ବର (ହି.ସ.)- ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଓମଫେଡ୍ ର ଏମଡି ଥିବା ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ସେହିପରି ଆୟୁଷ ବିଭାଗର ନିର୍ଦ୍ଦେଶକ ଥିବା ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି
ଆଇଏଏସ୍ ସ୍ତରରେ ଅଦଳବଦଳ


ଭୁବନେଶ୍ୱର,୧୨ ସେପ୍ଟେମ୍ବର (ହି.ସ.)- ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଓମଫେଡ୍ ର ଏମଡି ଥିବା ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ସେହିପରି ଆୟୁଷ ବିଭାଗର ନିର୍ଦ୍ଦେଶକ ଥିବା ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଯୋଗାଣ ବିଭାଗର ଅତିରିକ୍ତ ସଚିବ ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅବକାରୀ କମିଶନର ପି. ଅନ୍ୱେଷା ରେଡ୍ଡୀଙ୍କୁ ଆଇଜିଆର କଟକର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande