ଭୁବନେଶ୍ୱର, ୧୨ ସେପ୍ଟେମ୍ବର (ହି.ସ.)- ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର, ଉତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତି ଅଂଚଳରେ ଶୁକ୍ରବାର ସକାଳ ୮ଟା ୩୦ ମିନିଟ୍ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଏବଂ ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଢଳି ରହିଛି ।
ଆଗାମୀ ୨ ଦିନ ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା, ସଂଲଗ୍ନ ଉତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ