ଭୁବନେଶ୍ୱର, 12 ସେପ୍ଟେମ୍ବର (ହି.ସ.)- ଦାଶରଥି
ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପ୍ରଖ୍ୟାତ
ସଂଗ୍ରାହକ ଓ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ
ଶ୍ରାଦ୍ଧବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଦାସିଆ ଅଜା ନିଜର ଏକନିଷ୍ଠ ସାଧନାରେ ନୟାଗଡ଼ର
ଉଦୟପୁରରେ ବାଞ୍ଛାନିଧି ପାଠାଗାର, ଶ୍ରୀଅରବିନ୍ଦ ସଂଗ୍ରହାଳୟ ଓ ଯଦୁମଣି ସାହିତ୍ୟ ସଂସଦ ପ୍ରତିଷ୍ଠା କରିଥିଲେ,
ଯାହାକି ତାଙ୍କୁ ଅନନ୍ୟ ପରିଚୟ ପ୍ରଦାନ କରିଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା