ଭୁବନେଶ୍ୱର, 12 ସେପ୍ଟେମ୍ବର (ହି.ସ.) - ବିଜେଡିରୁ
ନିଲମ୍ୱନ ପରେ ପ୍ରଫୁଲ୍ଲ ମଲ୍ଲିକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ମୁଁ ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି । ଦଳକୁ ସୁରକ୍ଷିତ
ଭାବେ ରଖିବା ପାଇଁ ଆକ୍ସନ୍ ନେଇଥାଇପାରନ୍ତି । ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ
ମିଶ୍ରଙ୍କୁ ଜଣାଇଥିଲି । ବିଜେଡିର କୌଣସି ସାଂଗଠନିକ କାର୍ଯ୍ୟରେ ମୁଁ ଯୋଗ ଦେଉନଥିଲି । ଆଗକୁ
ଚାଷୀ ଓ ଶ୍ରମିକଙ୍କ ପାଇଁ ସ୍ୱେଚ୍ଛାସେବୀ ଭାବେ କାମ କରିବି । ଏବେ କେଉଁ ଦଳକୁ
ଯିବା ପାଇଁ ମନ ସ୍ଥିର କରିନାହିଁ ବୋଲି ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା